Masthead

୬ରୁ ବଢିବ ବର୍ଷା: ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୬ରୁ ବଢିବ ବର୍ଷା । ୬ ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ତାରିଖ ବେଳକୁ ଏକ ନିମ୍ନ ଚାପରେଖା ଏବଂ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଅନ୍ୟପଟେ ଆସନ୍ତା ୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାଫଳରେ ଦକ୍ଷିଣ ଓଡିଶା ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।  ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା କେନ୍ଦୁଝରରେ ୩୩.୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୨୧.୧ ମିମି, ଝାରସୁଗୁଡା ୧୦.୪ ମିମି, ଯାଜପୁରରେ ୮ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ