Masthead

ମୁଣ୍ଡିଆ ମାରିଲେ, ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠାରୁ ଲୋକସେବା ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂଜାର୍ଚ୍ଚନା ପରେ ଲୋକସେବା ଭବନରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର। ବିଭିନ୍ନ ରଙ୍ଗ ବେରଙ୍ଗ ଫୁଲ ଓ ରଙ୍ଗୋଲିରେ ଲୋକସେବା ଭବନକୁ ସଜା ଯାଇଛି। ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼