Masthead

କମିଟି କାହିଁକି ଭାଙ୍ଗିଲା ପଚାରିବା ଦୁର୍ଭାଗ୍ୟଜନକ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳାଙ୍କୁ ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି କମିଟି କାହିଁକି ଭାଙ୍ଗିଲା ପଚାରିବା ଦୁର୍ଭାଗ୍ୟଜନକ । ୨୪ ବର୍ଷର ସରକାର ରତ୍ନଭଣ୍ଡାର ଖୋଲି ପାରିଲେନି, ଏବେ ପଚାରୁଛନ୍ତି । ରତ୍ନଭଣ୍ଡାର ପାଇଁ ସରକାର ପଦକ୍ଷେପ ନେଇଛନ୍ତି । କମିଟି ଗଠନ ହୋଇଛି । ରତ୍ନଭଣ୍ଡାର ଯଥା ସମୟରେ ଖୋଲାଯାଇ ଗଣତି, ମଣତି କରାଯିବ । ପ୍ରତିଟି ଜିନିଷର ଡିଜିଟାଲ ଫଟୋ କପି ହେବ । ସଂରକ୍ଷଣ କରାଯିବ ।

ରତ୍ନଭଣ୍ଡାର ଖୋଲିବା ପାଇଁ ନୂଆ କମିଟି ଗଠନ କରିଛନ୍ତି ମୋହନ ସରକାର । ୧୬ ଜଣିଆ କମିଟି ଗଠନ ପରେ ଆରମ୍ଭ ହୋଇଛି ରାଜନୀତି । ପୁରୁଣା କମିଟିକୁ ଭଙ୍ଗାଯିବା ଓ ନୂଆ କମିଟି ଗଠନକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ମନ୍ଦ ଉଦ୍ଦେଶ୍ୟ ରଖି ରତ୍ନ ଭଣ୍ଡାର କମିଟି ଭଙ୍ଗା ଯାଇଛି।

ଅରିଜିତ ପଶାୟତଙ୍କ ଭଳି ସୁନାମଧନ୍ୟ ବ୍ୟକ୍ତିଙ୍କୁ ମନ୍ଦ ଉଦ୍ଦେଶ୍ୟ ରଖି ହଟେଇ ଦିଆଯାଇଛି । ସେମାନେ କେତେବେଳେ କଣ କହୁଛନ୍ତି, ତାଙ୍କର କଣ ଉଦ୍ଦେଶ୍ୟ ତାହା ଓଡ଼ିଶାବାସୀ ଜାଣିଛନ୍ତି । କେତେବେଳେ ରତ୍ନଭଣ୍ଡାର ଖୋଲିବା ତାରିଖ ଘୋଷଣା କରୁଛନ୍ତି ତ ପୁଣି କେତେବେଳେ ମନା କରୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଏଭଳି କରୁଛନ୍ତି ବୋଲି କହି କଟାକ୍ଷ କରିଛନ୍ତି ପ୍ରମିଳା ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର