Masthead

ବବି ଦାସଙ୍କ ନାଁରେ ଏତଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ । କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ । ସ୍ବତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ଦାବି । ସତ୍ୟ ଶିବସୁନ୍ଦରଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶଙ୍କ ପ୍ରତିକ୍ରିୟା ମିଳିନି ।

ସତ୍ୟଙ୍କ ଅଭିଯୋଗ , ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ଯ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ