୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ଯିବେ ପୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସନ୍ଧ୍ୟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିବେ । ବିମାନ ବନ୍ଦରରୁ ସିଧାସଳଖ ଯିବେ ଜୟଦେବ ଭବନ। ସେଠାରେ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଷ୍ଟ୍ରପତି ରାଜ ଭବନରେ ରାତ୍ରି ଯାପନ କରିବେ। କାଲି ପୁରୀ ଯିବେ ରାଷ୍ଟ୍ରପତି । ରଥଯାତ୍ରାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିସନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ଏନେଇ କମିସନରେଟ ପୋଲିସ ପକ୍ଷରୁ ପ୍ରାୟ ଅପରାହ୍ନ ୩ ଟାରେ ହେବ କାରକେଡ ରିହାର୍ଶଲ୍। ବ୍ଲୁ ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ସୁରକ୍ଷା ରହିଛି।

ନୋ ଫ୍ଲାଇଙ୍ଗ ଜୋନ ହେବ, ରୁଟ ଲାଇନରେ କୌଣସି ଉଡନ୍ତା ବସ୍ତୁ ଅନୁମତି ନାହିଁ। ତାଙ୍କ ଗସ୍ତ ରାସ୍ତାରେ ସିଲ କରାଯିବ। ରାଷ୍ଟ୍ରପତିଙ୍କ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୋଲିସର ଟିମ୍ ସୁରକ୍ଷା ଦେବେ। ରୁଫ ଟପ୍ ସର୍ପ ସୁଟର ସ୍ନାଇପର ସଜାଗ ରହିବେ। ପୁରୀ ପାଇଁ ରହିଛି ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା। ପୋଲିସ ଡିଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ, ରଥଯାତ୍ରା ର ମନିଟରିଂ କରୁଛନ୍ତି। ଭୁବନେଶ୍ୱର ରେ ଡିସିପି ପ୍ରତୀକ ସିଂହ ଦାୟିତ୍ୱରେ ଥିବା ବେଳେ ପୋଲିସ କମିଶନର ସଞ୍ଜୀବ ପଣ୍ଡା ତଦାରଖ କରିଛନ୍ତି । ୪ଟି ଜାକ ଭେନୁରେ କାରକେଡ଼ ରିହଲସଲ କରାଯିବ। ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ୬ଜଣ ଅତିରିକ୍ତ ଡିସିପି, ୧୫ଜଣ ଏସିପି, ୧୫ଜଣ ଇନସିପେକ୍ଟର,୧୦୦ଜଣ ଅଫିସର, ୪ଟି ଏସଟିଓ ଟିମ ସହ ବମ ସ୍କ୍ୱାର୍ଡ ଓ ଡଗ ସ୍କ୍ୱାର୍ଡ ନିୟୋଜିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!