Masthead

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର କାର୍ୟ୍ୟାଳୟ ପରିସରରେ ଦିନ ୧୧ ଟାରେ କମିଟିର ଅଧକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ମୋଡାଲିଟି ପ୍ରସ୍ତୁତ କରାଯିବ । ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ। ଏତେ କମ୍ ଦିନରେ ଗଣତି ମଣତି ଓ ମରାମତି କରାଯିବା ଅସମ୍ଭବ।

ତେଣୁ ସେ ସମୟରେ ନୀତି କାନ୍ତି କିଭଳି ସମନ୍ୱୟ ରଖି କରାଯିବ ଏବଂ ଗଣତି ମଣତି କରାଯିବ ତା ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଜେଡି ସରକାର ଅମଳରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା