Masthead

ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ । ୨୪ ତାରିଖରେ ହେବ ଉପବାଚସ୍ପତି ନିର୍ବାଚନ । ଜୁଲାଇ ୨୫ରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ । ସେପ୍ଟେମ୍ବର ୧୩ତାରିଖ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ସୂଚନା ଅନୁସାରେ, ଜୁଲାଇ ୨୨ରେ ରାଜ୍ୟପାଳଙ୍କ ଅଭିଭାଷଣ ଓ ତା ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ୨୩ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସଂପର୍କରେ ଆଲୋଚନା ହେବ ।

୨୩ ତାରିଖରେ ହେବ ଉପବାଚସ୍ପତି ନିର୍ବାଚନ ସଂପର୍କରେ ଘୋଷଣା । ଜୁଲାଇ ୨୪ରେ ହେବ ଉପବାଚସ୍ପତି ନିର୍ବାଚନ । ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍ । ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ, ପ୍ରଥମ ଥର ପାଇଁ ମୋହନ ସରକାର ଏଥର ବିଧାନସଭା ଅଧିବେଶନରେ ବଜେଟ୍ ଉପସ୍ଥାପନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ