ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଅପେକ୍ଷା କରିଛନ୍ତି ଭକ୍ତ… ଅପେକ୍ଷା କରିଛି ବଡ଼ଦାଣ୍ଡ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ । ମାନବୀୟ ଲୀଳା ଖେଳିବେ ମହାବାହୁ। ଭାଇଭଉଣୀଙ୍କ ସହ ଜନ୍ମବେଦୀକୁ କରିବେ ନବଦିନାତ୍ମକ ଯାତ୍ରା। ପତିତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନବେଦୀ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ରଥାରୂଢ଼ ହୋଇ ଆଶୀର୍ବାଦର ବର୍ଷା କରିବେ ଭାବବିନୋଦିଆ କଳାଠାକୁର। ପୁଣିଥରେ ବର୍ଷକ ପରେ ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ହେବ ଅପୂର୍ବ ମିଳନ। ଏଥିପାଇଁ ଠାକୁରଙ୍କ ଆସିବା ବାଟକୁ ଅନାଇ ରହିଛନ୍ତି ଅଗଣିତ ଭକ୍ତ। ସ୍ବାଗତ ପାଇଁ ପ୍ରସ୍ତୁତ ହୋଇ ସାରିଛନ୍ତି ରଥ-ପଥ-ଭକ୍ତ। ଆଜିଠୁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି।

ଅପରପକ୍ଷେ ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ଦେଖିବାକୁ ଯାଉଛନ୍ତି ଭକ୍ତ। ୧୫ ଦିନ ଅଣସର ବଦଳରେ ୧୩ ଦିନ ଅଣସର ନୀତି ଥିବାରୁ ଗୋଟିଏ ଦିନରେ ଅନୁଷ୍ଠିତ ହେବ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଦୁଇଦିନ ଧରି ଭକ୍ତ ଦେଖିବେ ରଥଯାତ୍ରା। ଅପରାହ୍ୱ ୧ଟାରେ ତିନି ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ। ପହଣ୍ଡି ଶେଷ ପରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ସମ୍ପନ୍ନ ହେବ। ପରେ ଅପରାହ୍ଣ ୫ଟାରେ ରଥଟଣା ଆରମ୍ଭ ହେବ। ନୀତିକାନ୍ତି ଅଧିକ କାରଣରୁ ସମୟର ଘୋର ଅଭାବ ରହିଛି। ସେ ଦୃଷ୍ଟିରୁ ରବିବାର କେବଳ ପ୍ରତୀକାତ୍ମକ ଭାବେ ରଥଟଣା ହେବ। ପରଦିନ ଅର୍ଥାତ୍‌ ସୋମବାର ଜୁଲାଇ ୮ ତାରିଖରେ ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ