Masthead

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଅପେକ୍ଷା କରିଛନ୍ତି ଭକ୍ତ… ଅପେକ୍ଷା କରିଛି ବଡ଼ଦାଣ୍ଡ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ । ମାନବୀୟ ଲୀଳା ଖେଳିବେ ମହାବାହୁ। ଭାଇଭଉଣୀଙ୍କ ସହ ଜନ୍ମବେଦୀକୁ କରିବେ ନବଦିନାତ୍ମକ ଯାତ୍ରା। ପତିତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନବେଦୀ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ରଥାରୂଢ଼ ହୋଇ ଆଶୀର୍ବାଦର ବର୍ଷା କରିବେ ଭାବବିନୋଦିଆ କଳାଠାକୁର। ପୁଣିଥରେ ବର୍ଷକ ପରେ ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ହେବ ଅପୂର୍ବ ମିଳନ। ଏଥିପାଇଁ ଠାକୁରଙ୍କ ଆସିବା ବାଟକୁ ଅନାଇ ରହିଛନ୍ତି ଅଗଣିତ ଭକ୍ତ। ସ୍ବାଗତ ପାଇଁ ପ୍ରସ୍ତୁତ ହୋଇ ସାରିଛନ୍ତି ରଥ-ପଥ-ଭକ୍ତ। ଆଜିଠୁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି।

ଅପରପକ୍ଷେ ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ଦେଖିବାକୁ ଯାଉଛନ୍ତି ଭକ୍ତ। ୧୫ ଦିନ ଅଣସର ବଦଳରେ ୧୩ ଦିନ ଅଣସର ନୀତି ଥିବାରୁ ଗୋଟିଏ ଦିନରେ ଅନୁଷ୍ଠିତ ହେବ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଦୁଇଦିନ ଧରି ଭକ୍ତ ଦେଖିବେ ରଥଯାତ୍ରା। ଅପରାହ୍ୱ ୧ଟାରେ ତିନି ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ। ପହଣ୍ଡି ଶେଷ ପରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ସମ୍ପନ୍ନ ହେବ। ପରେ ଅପରାହ୍ଣ ୫ଟାରେ ରଥଟଣା ଆରମ୍ଭ ହେବ। ନୀତିକାନ୍ତି ଅଧିକ କାରଣରୁ ସମୟର ଘୋର ଅଭାବ ରହିଛି। ସେ ଦୃଷ୍ଟିରୁ ରବିବାର କେବଳ ପ୍ରତୀକାତ୍ମକ ଭାବେ ରଥଟଣା ହେବ। ପରଦିନ ଅର୍ଥାତ୍‌ ସୋମବାର ଜୁଲାଇ ୮ ତାରିଖରେ ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼