Masthead

ସମୁଦ୍ର କୂଳରେ ପ୍ରାତଃଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ୱାକ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ । କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ଏବଂ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ନଥିଲା । ତେବେ ମହାମହିମଙ୍କୁ ଦେଖିବାକୁ ଦୂରରେ ଅପେକ୍ଷା କରିଥିଲେ ଅନେକ ଲୋକ। ଗତକାଲି ମହାପ୍ରଭୁଙ୍କ ରଥଯାତ୍ରା ଦେଖିଥିଲେ ମହାମହିମ ରାଷ୍ଟ୍ରପତି ।

୪ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ବାୟୁସେନାର ସ୍ବତନ୍ତ୍ର ହେଲକପ୍ଟଟରରେ ପୁରୀରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ । ଆଉ ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ବଡ଼ଦାଣ୍ଡରେ ପହଞ୍ଚିଥିଲେ । ଏହାପରେ ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼