ବାରିପଦାରେ ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ।

ବାରିପଦା (ବଡ଼ ଖବର ବ୍ୟୁରୋ):ଆଜି ରଥ ଟଣାର ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ର ବାରିପଦା ଓ ତୁଳସୀକ୍ଷେତ୍ରର କେନ୍ଦ୍ରାପଡ଼ାରେ ଗଡ଼ିବ ରଥ । ପରମ୍ପରା ଅନୁଯାୟୀ ଶ୍ରୀକ୍ଷେତ୍ର ପୁରୀର ଗୁଣ୍ଡିଚା ଯାତ୍ରା ଦିନ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ତିନି ଠାକୁରଙ୍କ ପହଣ୍ଡି କରା ଯାଇଥାଏ । ବାରିପଦାରେ ଗତକାଲି ତିନି ଠାକୁରଙ୍କୁ ପହଣ୍ଡି କରାଯାଇ ରଥାରୂଢ଼ କରାଯାଇଥିବା ବେଳେ ଆଜି ହେବ ରଥଟଣା । ଆଜି ଭକ୍ତମାନେ ବଳଭଦ୍ରଙ୍କ ରଥକୁ ମାଉସୀ ମାଆ ମନ୍ଦିର ଯାଏଁ ଟାଣି ନେବେ। ଦେବୀ ସୁଭଦ୍ରାଙ୍କ ରଥ ଅଧାବାଟ ଜିବ ଏହାପରେ ମଙ୍ଗଳବାର ଦିନ ପୁଣି ସୁଭଦ୍ରାଙ୍କ ରଥ ଟଣା ହେବ। ପରେ ଜଗନ୍ନାଥଙ୍କ ରଥ ଟଣା ଯିବ । ବାରିପଦାରେ ପୁରୀ ରଥ ଯାତ୍ରାର ପର ଦୁଇ ଦିନ ଧରି ରଥ ଟଣା ହେଉଥିବା ବେଳେ ଦେବୀ ସୁଭଦ୍ରାଙ୍କ ରଥକୁ କେବଳ ମହିଳାମାନେ ଟାଣି ଥାଆନ୍ତି। ଗତକାଲି ନୀତି ନିର୍ଘଣ୍ଟ ଅନୁସାରେ ମହାରାଜାଙ୍କ ଦ୍ୱାରା ଛେରାପହଁରା ସେବା ପରେ ତିନି ଠାକୁରଙ୍କ ଗୋଟି ପହଣ୍ଡି କରାଯାଇ ରଥ ଉପରକୁ ଅଣା ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ