ଦୁଇ ଦିନିଆ ରୁଷ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଦୁଇ ଦିନିଆ ରୁଷ୍ ଗସ୍ତରେ ନରେନ୍ଦ୍ର ମୋଦି । ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ୨୨ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ । ଦୁଇ ଦେଶ ମଧ୍ୟରେ ଥିବା ବହୁମୁଖୀ ସମ୍ପର୍କର ସମୀକ୍ଷା ସହିତ ପାରସ୍ପରିକ ସ୍ବାର୍ଥ ଓ ବୈଶ୍ବିକ ପ୍ରସଙ୍ଗରେ ଆଲୋଚନା କରିବେ ମୋଦି ଓ ପୁଟିନ । ରୁଷ-ୟୁକ୍ରେନ୍ ଯୁଦ୍ଧ ଭିତରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ମସ୍କୋ ଗସ୍ତ। ୨୦୧୯ରେ ଶେଷ ଥର ରୁଷ ଗସ୍ତରେ ଯାଇଥିଲେ ମୋଦି । ପୁଟିନଙ୍କ ସହ ଶିଖର ସମ୍ମିଳନୀକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଏନେଇ ଗତକାଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ଯେ ଦୁଇ ଦେଶ ମଧ୍ୟରେ ଗଭୀର ସମ୍ପର୍କ ରହିଛି । ଉଭୟ ନେତା ପାରସ୍ପରିକ ସ୍ୱାର୍ଥର ସମସାମୟିକ ଆଞ୍ଚଳିକ ତଥା ବିଶ୍ୱର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’