Masthead

ଦୁଇ ଦିନିଆ ରୁଷ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଦୁଇ ଦିନିଆ ରୁଷ୍ ଗସ୍ତରେ ନରେନ୍ଦ୍ର ମୋଦି । ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ୨୨ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ । ଦୁଇ ଦେଶ ମଧ୍ୟରେ ଥିବା ବହୁମୁଖୀ ସମ୍ପର୍କର ସମୀକ୍ଷା ସହିତ ପାରସ୍ପରିକ ସ୍ବାର୍ଥ ଓ ବୈଶ୍ବିକ ପ୍ରସଙ୍ଗରେ ଆଲୋଚନା କରିବେ ମୋଦି ଓ ପୁଟିନ । ରୁଷ-ୟୁକ୍ରେନ୍ ଯୁଦ୍ଧ ଭିତରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ମସ୍କୋ ଗସ୍ତ। ୨୦୧୯ରେ ଶେଷ ଥର ରୁଷ ଗସ୍ତରେ ଯାଇଥିଲେ ମୋଦି । ପୁଟିନଙ୍କ ସହ ଶିଖର ସମ୍ମିଳନୀକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଏନେଇ ଗତକାଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ଯେ ଦୁଇ ଦେଶ ମଧ୍ୟରେ ଗଭୀର ସମ୍ପର୍କ ରହିଛି । ଉଭୟ ନେତା ପାରସ୍ପରିକ ସ୍ୱାର୍ଥର ସମସାମୟିକ ଆଞ୍ଚଳିକ ତଥା ବିଶ୍ୱର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ