Masthead

ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ହଟିବ ଜବରଦଖଲ । ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ।

ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ