Masthead

ଶରଧାବାଲିରେ ତିନି ରଥ,ମଙ୍ଗଳବାରଠୁ ଆଡ଼ପ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ତିନିରଥ । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ । ଶ୍ରୀଗୁଣ୍ଡିଚା ମନ୍ଦିରରେ ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ । ରତ୍ନବେଦି ଛାଡ଼ି ଜନ୍ମବେଦି ଆସିଛନ୍ତି ମହାବାହୁ । ଦୁଇଦିନର ଯାତ୍ରା ପରେ ଶେଷରେ ଜନ୍ମସ୍ଥାନରେ ପହଞ୍ଚିଛନ୍ତି ଚୁତୁର୍ଦ୍ଧା ମୂରତି । ବଡଦାଣ୍ଡର ଜନସମୁଦ୍ର ଭିତର ଦେଇ ଅତି ପତୀକ୍ଷିତ ଶରଧାବାଲିରେ ପହଞ୍ଚିଛି ତିନି ଠାକୁରଙ୍କ ତିନି ରଥ । ହୁଳହୁଳି ସାଙ୍ଗକୁ ଜୟ ଜଗନ୍ନାଥ, ହରିବୋଲି ଧ୍ୱନୀରେ କମ୍ପୁଛି ମହାପ୍ରଭୁଙ୍କ ଜନ୍ମସ୍ଥାନ ।

ଜନ୍ମବେଦୀକୁ ପହଣ୍ଡି କରି ଯିବେ ତିନି ଠାକୁର । ସେଠାରେ ନଅ ଦିନ ରହି ଗୁଣ୍ଡିଚା ରାଣୀଙ୍କ ଶ୍ରଦ୍ଧା ଗ୍ରହଣ କରି ମାନବୀୟ ଲୀଳା କରିବେ । ପୁଣି ୯ ଦିନ ପରେ ଫେରିଯିବେ ଶ୍ରୀମନ୍ଦିର । ମଙ୍ଗଳବାରଠୁ ହେବ ଆଡ଼ପ ଦର୍ଶନ। ଏହାସହ କାଲିଠାରୁ ମିଳିବ ଆଡ଼ପ ଅବଢା । ଯାହାକୁ ଉତ୍ସାହର ସହ ଚାହିଁ ରହିଥାନ୍ତି ଶ୍ରଦ୍ଧାଳୁ।

ସୋମବାର ୭ଟା ୩୫ରୁ ୮ ଟା ମଧ୍ୟରେ ମଙ୍ଗଳ ଆଳତି, ଅବକାଶ ଓ ବେଶ ଶେଷ ପରେ ୯ଟା ୨୦ ରୁ ଆରମ୍ଭ ହୋଇଥିଲା ରଥଟଣା। ୧୨ଟା ୪୪ରେ ପ୍ରଥମେ ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଲାଗିଥିଲା ତାଳଧ୍ବଜ ରଥ। ଏହାପରେ ୧ଟା ୪୧ ମିନିଟରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ