Masthead

କେବେ ଖୋଲିବ ରତ୍ନଭଣ୍ଡାର ଆଜି ବଡ଼ ନିଷ୍ପତ୍ତି !

ପୁରୀ (ବଡ଼ ଖବର ବ୍ୟୁରୋ): କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି। ଆଜି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ବସିବ ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ଦ୍ବିତୀୟ ବୈଠକ। ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ କମିଟିର ବୈଠକ ବସିବ ।

କମିଟି ନିକଟରେ ଆଜି ଜିଲ୍ଲା ଟ୍ରେଜରୀରେ ଥିବା ରତ୍ନଭଣ୍ଡାରରେ ଡୁପ୍ଲିକେଟ ଚାବି ଦାଖଲ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି । ତିନି ଠାକୁର ବଡ଼ଦେଉଳରୁ ରଥଯାତ୍ରାରେ ବାହାରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ତେଣୁ ଏହି ସମୟ ଭିତରେ ରତ୍ନଭଣ୍ଡାର ଖୋଲି, ଭଣ୍ଡାରରେ ଥିନା ରତ୍ନପଥର, ଅଳଙ୍କାରର ଗଣତି ମଣତି ସହ ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକ ହେଲେ ମରାମତି କରାଯିବ । ସେନେଇ ଆଜି ହେବାକୁ ଥିବା ଦ୍ୱିତୀୟ ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ଅଧିକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ