Masthead

ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଆଜି ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୋଟି ପୂଣ୍ୟ ଅର୍ଜିବେ ଶ୍ରଦ୍ଧାଳୁ । ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ । ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତମୟ ହୋଇଛି। ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗତକାଲି ଚକ୍ରରାଜ ସୁଦର୍ଶନଙ୍କ ସହ ତିନି ଠାକୁର ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜମାନ କରିଛନ୍ତି ।

ରଥରୁ ଓହ୍ଲାଇ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ଶେଷରେ କାଳିଆ ଠାକୁର ରଥରୁ ଓହ୍ଲାଇ ଜନ୍ମବେଦୀରେ ବିଜେ କରିଛନ୍ତି । ଗତକାଲି ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ଗଲେ ଭାଇ-ଭଉଣୀ। ଆଜି ଶ୍ରଦ୍ଧାଳୁଙ୍କୁ ମିଳିବ ଆଡ଼ପ ଅବଢ଼ା । ଅନ୍ୟପଟେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ