Masthead

ଆଜି ରାଜ୍ୟ କ୍ୟାବିନେଟ୍‌, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ବୈଠକ ପରେ ଲୋକସେବା ଭବନସ୍ଥିତ କନଭେନସନ୍ ସେଣ୍ଟରରେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ପକ୍ଷରୁ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯିବ । ଗତ ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲେ।

ଶପଥ ଗ୍ରହଣ ସମାରୋହ ସରିବା ପରେ ସେଦିନ ସନ୍ଧ୍ୟାରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ଶ୍ରୀମନ୍ଦିର ପାଇଁ କର୍ପସ ପାଣ୍ଠି, ସୁଭଦ୍ରା ଯୋଜନା, କୃଷକ ପାଇଁ ଧାନ ଏମ୍ଏସ୍ପି ୩୧୦୦ ଟଙ୍କା କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ପ୍ରଥମ କ୍ୟାବିନେଟରେ ବିଜେପି ସରକାର ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ୪ଟି ବଡ଼ ଘୋଷଣା କରିଥିଲେ । ଆଜିର କ୍ୟାବିନେଟରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ବଡ଼ ଘୋଷଣା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି