Masthead

ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରା ପଞ୍ଚମୀ ନୀତି । ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ୟ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।

ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ। ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ।ନୀତି ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଟଣା ହୋଇଥାଏ। ଏହାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି