Masthead

ଆଜି ସୁପ୍ରିମକୋର୍ଟରେ ନିଟ୍ ୟୁଜି ପରୀକ୍ଷାର ଶୁଣାଣି

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ):  ନିଟ୍ ୟୁଜି ଶୁଣାଣି ପୂର୍ବରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ । କେନ୍ଦ୍ର ସରକାର ଓ ଏନଟିଏ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ । ସତ୍ୟପାଠରେ ବ୍ୟାପକ ଅନିୟମିତତା ହୋଇନଥିବା ଉଲ୍ଲେଖ । ଆଜି ସୁପ୍ରିମକୋର୍ଟରେ ନିଟ୍ ୟୁଜି ପରୀକ୍ଷାର ଶୁଣାଣି । ମେଡିକାଲ ପ୍ରବେଶିକା ପରୀକ୍ଷାକୁ ନେଇ ବିବାଦ ପରେ ସୁପ୍ରିମକୋର୍ଟ ତଦନ୍ତକାରୀ ସଂସ୍ଥା ସିବିଆଇ, କେନ୍ଦ୍ର ସରକାର ଏବଂ ଏନଟିଏକୁ ବୁଧବାର ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ କହିଥିଲେ । ସୋମବାର ଏହି ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନଟିଏକୁ ପ୍ରଶ୍ନପତ୍ର ଲିକର କାରଣ ଏବଂ ଦାଗୀ ପରୀକ୍ଷାର୍ଥୀଙ୍କୁ ଅନ୍ୟମାନଙ୍କଠାରୁ ଚିହ୍ନଟ କରିବାର ସମ୍ଭାବନା ଉପରେ ଜବାବ ଦାଖଲ କରିବାକୁ କହିଥିଲେ।

ନିଟ୍-ୟୁଜି ପରୀକ୍ଷାର ତଥ୍ୟ ଅନୁଧ୍ୟାନ ପରେ ସରକାର ଆଇଆଇଟି ମାଡ୍ରାସର ଏକ ରିପୋର୍ଟକୁ ନିଜ ସତ୍ୟପାଠରେ ଯୋଡ଼ିଛନ୍ତି । ଯେଉଁଥିରେ କୁହାଯାଇଛି ଯେ “ସାମୂହିକ ଅନିୟମିତତାର କୌଣସି ସଙ୍କେତ ନାହିଁ “। ସରକାର କହିଛନ୍ତି ଯେ ତଥ୍ୟ ବିଶ୍ଳେଷଣରେ କୌଣସି ବଡ଼ ଧରଣର ଅନିୟମିତତା ହୋଇଥିବାର ସଂକେତ ମିଳିନାହିଁ। ତେଣୁ ନିଟ୍ ୟୁଜି ପୁନଃ ପରୀକ୍ଷାକୁ ସରକାର ସମର୍ଥନ କରୁନାହାନ୍ତି ବୋଲି କୁହାଯାଉଛି। ଜୁଲାଇ ତୃତୀୟ ସପ୍ତାହରୁ ନିଟ୍ କାଉନସେଲିଂ ଆରମ୍ଭ ହେବ। ଏହି ମାମଲାରେ ଏନଟିଏ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା