Masthead

ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ତେବେ ରାଜ୍ୟରେ ନିର୍ବାଚନ ଆରମ୍ଭ ହେବା ସମୟରୁ ହିଁ ବିବାଦରେ ଥିଲେ ଆଇପିଏସ୍ ଆଶିଷ ସିଂ । ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ବିଜେପି ଅଭିଯୋଗ କରିଥିଲା ।

ଏମିତି କି ତାଙ୍କ ଛୁଟିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା । ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଆଉ ସେ ସମ୍ପୂର୍ଣ୍ଣ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ ଆୟୋଗ । ଛୁଟି ସରିବା ପରେ ଆଶିଷ ସିଂ କାର୍ଯ୍ୟରେ ଯୋଗ ଦେଇଥିଲେ । ଆଉ ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କର କ୍ଷମତାରେ ଚୋଟ ପଡିଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ଗତକାଲି ରାଜ୍ୟର ନୂଆ ସରକାରରେ ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି