Masthead

ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର ।

ଅରବିନ୍ଦ ପୂର୍ବରୁ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି। ମଙ୍ଗଳବାର ପହଣ୍ଡି ବେଳେ ବଡଠାକୁର ଚାରମାଳ ଉପରେ ପଡ଼ିବା ଏବଂ ରଥଟଣା ବେଳେ ଭିଡ଼ରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ। ଯାହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହାରି ଭିତରେ ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି