Masthead

ମହଙ୍ଗା ପଡିଲା ମଧ୍ୟାହ୍ନ ଭଜନ ଚାଉଳ ବିକ୍ରି

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ମହଙ୍ଗା ପଡିଲା ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି କରିବା । ଖବର ପ୍ରସାରଣ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ପାତ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରି ତୁରନ୍ତ ଟିକ୍ରାପାଲା ଉଚ୍ଚ ବିଦ୍ୟାଳୟରେ ଯୋଗ ଦେବାପାଇଁ ନିଦେ୍ର୍ଦଶ ଦେଇଛନ୍ତି । କିଛିଦିନ ତଳେ ପ୍ରଧାନ ଶିକ୍ଷକ ବିଦ୍ୟାଳୟରେ କାର୍ଯ୍ୟରତ ରାତ୍ର ଜଗୁଆଳିଙ୍କ ହାତରେ ମଧ୍ୟାହ୍ନ ଭଜନ ଚାଉଳ ସ୍ଥାନୀୟ ଏକ ଦକାନରେ ବିକ୍ରି କରିଥିବା ନେଇ ଅଭିଯୋଗ ହୋଇଥିଲା ।

ଏନେଇ ଖବର ପ୍ରସାରଣ କରାଯାଇଥିଲା । ବିଦ୍ୟାଳୟ ସଭାପତି ଏବଂ ଆଲୁମିନ ସଭାପତି ଓ ଗ୍ରାମବାସୀ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅଭିଯୋଗ କରିଥିଲେ । ଗତ ମଙ୍ଗଳବାର ଦିନ ଜିଲ୍ଲା ଶିକ୍ଷାଧିକାରୀଙ୍କ ନିଦେ୍ର୍ଦଶ କ୍ରମେ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଚିତ୍ତ ରଞ୍ଜନ ତ୍ରିପାଠୀ ପାତ୍ରୀ ବିଦ୍ୟାଳୟକୁ ଆସି ତଦନ୍ତ କରି ଜିଲ୍ଲା ଶିକ୍ଷାଧିକାରୀଙ୍କୁ ରିପୋର୍ଟ ତବ କରିଥିଲେ । ଉକ୍ତ ତଦନ୍ତକୁ ଆଧାର କରି ଜିଲ୍ଲା ଶିକ୍ଷାଧିକାରୀ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରି ପରବର୍ତ୍ତୀ ନିଦେ୍ର୍ଦଶ ପର୍ଯ୍ୟନ୍ତ ତୁରନ୍ତ ଟିକ୍ରାପାଲା ଉଚ୍ଚ ବିଦ୍ୟାଳୟ ରେ ଯୋଗ ଦେବାପାଇଁ ନିଦେ୍ର୍ଦଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା