Masthead

ମହଙ୍ଗା ପଡିଲା ମଧ୍ୟାହ୍ନ ଭଜନ ଚାଉଳ ବିକ୍ରି

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ମହଙ୍ଗା ପଡିଲା ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି କରିବା । ଖବର ପ୍ରସାରଣ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ପାତ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରି ତୁରନ୍ତ ଟିକ୍ରାପାଲା ଉଚ୍ଚ ବିଦ୍ୟାଳୟରେ ଯୋଗ ଦେବାପାଇଁ ନିଦେ୍ର୍ଦଶ ଦେଇଛନ୍ତି । କିଛିଦିନ ତଳେ ପ୍ରଧାନ ଶିକ୍ଷକ ବିଦ୍ୟାଳୟରେ କାର୍ଯ୍ୟରତ ରାତ୍ର ଜଗୁଆଳିଙ୍କ ହାତରେ ମଧ୍ୟାହ୍ନ ଭଜନ ଚାଉଳ ସ୍ଥାନୀୟ ଏକ ଦକାନରେ ବିକ୍ରି କରିଥିବା ନେଇ ଅଭିଯୋଗ ହୋଇଥିଲା ।

ଏନେଇ ଖବର ପ୍ରସାରଣ କରାଯାଇଥିଲା । ବିଦ୍ୟାଳୟ ସଭାପତି ଏବଂ ଆଲୁମିନ ସଭାପତି ଓ ଗ୍ରାମବାସୀ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅଭିଯୋଗ କରିଥିଲେ । ଗତ ମଙ୍ଗଳବାର ଦିନ ଜିଲ୍ଲା ଶିକ୍ଷାଧିକାରୀଙ୍କ ନିଦେ୍ର୍ଦଶ କ୍ରମେ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଚିତ୍ତ ରଞ୍ଜନ ତ୍ରିପାଠୀ ପାତ୍ରୀ ବିଦ୍ୟାଳୟକୁ ଆସି ତଦନ୍ତ କରି ଜିଲ୍ଲା ଶିକ୍ଷାଧିକାରୀଙ୍କୁ ରିପୋର୍ଟ ତବ କରିଥିଲେ । ଉକ୍ତ ତଦନ୍ତକୁ ଆଧାର କରି ଜିଲ୍ଲା ଶିକ୍ଷାଧିକାରୀ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରି ପରବର୍ତ୍ତୀ ନିଦେ୍ର୍ଦଶ ପର୍ଯ୍ୟନ୍ତ ତୁରନ୍ତ ଟିକ୍ରାପାଲା ଉଚ୍ଚ ବିଦ୍ୟାଳୟ ରେ ଯୋଗ ଦେବାପାଇଁ ନିଦେ୍ର୍ଦଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼