Masthead

ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ

ପୁରୀ (ବଡ଼ ଖବର ବ୍ୟୁରୋ):  ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ ଭିତରକୁ ଯିବେ । ରତ୍ନଭଣ୍ଡାର ସବ୍‌ କମିଟିର ଜଣେ, ହାଇଲେବୁଲ କମିଟିର ୨ ସଦସ୍ୟ ଯିବେ । ସେହିପରି ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ରଙ୍କ ସହ ଭଣ୍ଡାର ମେକାପ, ତଢ଼ାଉ କରଣ ଓ ଦେଉଳ କରଣ ଯିବେ ।

ସେପଟେ ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ରତ୍ନଭଣ୍ଡାରର ଗଣତି ହେବନି । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି