Masthead

‘ଜଗନ୍ନାଥଙ୍କ ପାଇଁ ବଞ୍ଚିଗଲା ଟ୍ରମ୍ପଙ୍କ ଜୀବନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରବିବାର ପେନସିଲଭିନିଆରେ ହୋଇଥିବା ଗୁଳିମାଡ଼ରେ ଅଳ୍ପକେ ବର୍ତ୍ତିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ। ସେ ଜଗନ୍ନାଥଙ୍କ କୃପାରୁ ବର୍ତ୍ତି ଯାଇଛନ୍ତି ବୋଲି କହିଛନ୍ତି ଇସ୍କନର ଜଣେ ସାଧୁ। ଏନେଇ ସେ ସୋଶାଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଆମେରିକାର ପୂର୍ବତ୍ତନ ରାଷ୍ଟ୍ରପତି ଡୋନାଲ ଟ୍ରମ୍ପଙ୍କ ଉପରେ ଗୁଳିମାଡ ହୋଇଛି । ଗୁଳି ଡୋନାଲ୍ଡ ଟ୍ରମ୍ପଙ୍କ କାନକୁ ଛୁଇଁ ପାର୍ ହୋଇଯାଇଛି ।

ଯେତେବେଳେ ପେନସିଲବେନିଆରେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚନୀ ରାଲିକୁ ସମ୍ବୋଧନ କରୁଥିଲେ ଠିକ୍ ସେହି ସମୟରେ ଟ୍ରମ୍ପଙ୍କ ଉପରେ ଆକ୍ରମଣ ହୋଇଥିଲା । ଆଉ ଏହି ଘଟଣାକୁ ନେଇ ଇସ୍କନ ପକ୍ଷରୁ ଏକ ବୟାନ ସାମ୍ନାକୁ ଆସିଛି । ଟ୍ୱିଟ୍ ଅନୁଯାୟୀ, ୪୮ ବର୍ଷ ତଳେ ନ୍ୟୁୟର୍କରେ ପ୍ରଥମ ରଥଯାତ୍ରା ଆୟୋଜନ ବେଳେ ଟ୍ରମ୍ପ ଯେଉଁ ସାହାଯ୍ୟ କରିଥିଲେ ତା’ର ଫଳ ଏବେ ସିଏ ପାଇଛନ୍ତି। ଏହା ସବୁ ପ୍ରଭୁ ଜଗନ୍ନାଥଙ୍କ ଲୀଳାଖେଳା।

ଜଗନ୍ନାଥଙ୍କ କୃପାରୁ ବନ୍ଧୁକରୁ ବାହାରିଥିବା ଗୁଳିଟି ତାଙ୍କ କାନ ପାଖ ଦେଇ ଚାଲି ଯାଇଥିଲା। ଏହା ଏକ ଚମତ୍କାରଠୁ କମ୍‌ ନୁହେଁ ବୋଲି କହିଛନ୍ତି ଇସ୍କନ କୋଲକାତାର ଉପସଭାପତି ତଥା‌ ପ୍ରବକ୍ତା ରାଧାରମଣ ଦାସ। ୧୯୭୬ ମସିହାରେ ନ୍ୟୁୟର୍କରେ ଯେତେବେଳେ ପ୍ରଥମ ରଥଯାତ୍ରା ଆୟୋଜନ ହେବାକୁ ଯାଉଥିଲା, ସେତେବେଳେ ରଥ ନିର୍ମାଣ ପାଇଁ ସ୍ଥାନ ମିଳୁନଥିଲା ।ପ୍ରାୟ ସବୁ ଧନୀ ବ୍ୟକ୍ତି ରଥ ନିର୍ମାଣ ପାଇଁ ନିଜ ଜାଗା ଦେବାକୁ ମନା କରିଦେଇଥିଲେ। ଏହି ସମୟରେ ଟ୍ରମ୍ପ ସାହାଯ୍ୟ କରିଥିଲେ। ଆଉ ରଥ ନିର୍ମାଣ ପାଇଁ ଜାଗା ଦେଇଥିଲେ। ଆଉ ଏବେ ପ୍ରଭୁ ଜଗନ୍ନାଥ ଟ୍ରମ୍ପଙ୍କ ଜୀବନ ବଞ୍ଚାଇ ତାଙ୍କ ସାହାଯ୍ୟର ଫଳ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି