Masthead

ଭିଜିବ ଓଡ଼ିଶା: ୨୧ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜିବ ଓଡ଼ିଶା । ରାଜ୍ୟରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ ଲଘୁଚାପ ହେବ । ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ଆଗକୁ ଆହୁରି ଦୁଇଟି ଲଘୁଚାପ ଥିବାରୁ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଭରଣା ହେବ ବୋଲି ସେ କହିଛନ୍ତି । ବରିଷ୍ଠ ପାଣିପାଗ ବିଶେଷଜ୍ଞ କହିଛନ୍ତି, ଓଡ଼ିଶା ସଂଲଗ୍ନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ପୂର୍ବ-ପଶ୍ଚିମ ଆଡ଼କୁ ବିସ୍ତୃତ ହେବ । ଏହା ଓଡ଼ିଶାରୁ ମହାରାଷ୍ଟ୍ର ଯାଏ ଲମ୍ବିବ ।୧୮ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୯ରେ ଏହା ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ୨୧ ଯାଏ ବର୍ଷା ହେବ । ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ।

ଏଠାରେ ମୋଟ ୧୨୦ରୁ ୧୫୦ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ । ଖୋର୍ଦ୍ଧା, ପୁରୀ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅପେକ୍ଷାକୃତ କମ୍ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୨୪ ବା ୨୫ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏହା ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଭାରୀ ବର୍ଷା ହେବ । ଆସନ୍ତା ୧୭ ତାରିଖରୁ ବର୍ଷା ବଢ଼ିବ । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟରେ ଭାରୀ ବର୍ଷା ସମ୍ଭାବନା ଅଛି । ୧୮ ଓ ୧୯ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବ । ଆଜି କୋରାପୁଟରେ ୪୫.୨, ତାଳଚେରରେ ୧୫, ବୌଦ୍ଧ ୧୮, ନୟାଗଡ଼ ୧୭, ନବରଙ୍ଗପୁରରେ ୧୩ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ