Masthead

ଡୋନାଲ୍ଡ ଟ୍ରମ୍ପ ହେଲେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହେଲେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ । ରିପବ୍ଲିକାନ୍ କନଭେନସନରେ ଦଳ ପକ୍ଷରୁ ଘୋଷଣା । ୭୮ବର୍ଷୀୟ ଟ୍ରମ୍ପ ତୃତୀୟ ଥର ପାଇଁ ଲଢୁଛନ୍ତି ରାଷ୍ଟ୍ରପତି ନିର୍ବାଚନ। ଜେଡି ବେସ୍‌ ହେଲେ ରିପବ୍ଲିକାନ ପାର୍ଟିର ଉପ-ରାଷ୍ଟ୍ରପତି ପ୍ରାର୍ଥୀ । ୩୯ ବର୍ଷୀୟ ଜେଡି ବେସ୍ ଓହିଓର ସିନେଟର ଅଛନ୍ତି । ଟ୍ରମ୍ପଙ୍କୁ ଗୁଳିମାଡ ପରେ ଆମେରିକାରେ ବଢିଛି ରାଜନୈତିକ ଉଷ୍ମତା । ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ଆକ୍ରମଣ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ପେନ୍ସିଲଭାନିଆରେ ରାଲି ବେଳେ ହୋଇଥିବା ଆକ୍ରମଣରେ ଡୋନାଲ୍ଡ ଟ୍ରମ୍ପ ଯଦିଓ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କିନ୍ତୁ ଏହି ଘଟଣା ଏବେ ଆମେରିକା ରାଜନୀତିରେ ଗୋଟିଏ ପ୍ରସଙ୍ଗ ତିଆରି କରିଛି । ଟ୍ରମ୍ପ ଜେଡି ଭାନ୍ସଙ୍କୁ ତାଙ୍କ ସାଥୀ ଭାବରେ ବାଛିଛନ୍ତି । ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ସେ ଓହିଓ ସିନେଟର ଜେଡି ଭାନ୍ସଙ୍କୁ ତାଙ୍କ ସାଥୀ ଭାବରେ ବାଛିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ