Masthead

ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୧୯୬ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୦ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୫ଟି ସାମୁହିକ ଦରଖାସ୍ତ ଥିଲା ।

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । କିଛି ମାମଲାର ଶୁଣାଣିର ତୁରନ୍ତ ସମାଧାନ ହେଇଛି ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଛନ୍ତି । ଜିଲ୍ଲାପାଳ ତାଙ୍କ ଏହି ଗସ୍ତରେ ବଙ୍ଗୋମୁଣ୍ଡା ବ୍ଲକ ବିଭିନ୍ନ ଗ୍ରାମ ପଞ୍ଚାୟତ ବୁଲି ଦେଖିଥିଲେ । ସେ ସିନ୍ଧେକେଲାର ଗ୍ରାମୀଣ ପାର୍କ, ଗ୍ରାମୀଣ ଶିଳ୍ପ ପାର୍କ, ଅମୃତ ସରୋବର, ସିନ୍ଧେକେଲା, ଭୂର୍ଷଗୁଡ଼ା ୫ଟି ସ୍କୁଲ ଜମଖୁଣ୍ଟା, ୫ଟି ସ୍କୁଲ ଝଲପ ବୁଲି ଦେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି