Masthead

ଆଜି ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ସଜେଇ ହେବେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ପୁରି ଉଠିବ ସିଂହଦ୍ବାର, ଉଛୁଳିବ ବଡ଼ଦାଣ୍ଡ। ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡିଛନ୍ତି ମହାବାହୁ । ଆଜି ମହଣ ମହଣ ସୁନାରେ ଛାଉଣି ହୋଇ ଭକ୍ତଙ୍କୁ ନିଜର ଦୁର୍ଲଭ ବେଶରେ ଦର୍ଶନ ଦେବେ ରଥାରୂଢ ବଡ ଠାକୁର ବଳଭଦ୍ର, କଳାସାଆନ୍ତ ଜଗନ୍ନାଥ, ହଳଦୀମୁହିଁ ମା ସୁଭଦ୍ରା । ଏଥିପାଇଁ ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ରଧାମ । ତେବେ ସୁନାବେଶର ନୀତି ନିର୍ଘଣ୍ଟ ଅନୁଯାୟୀ ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ସମ୍ପର୍ଣ୍ଣ ହୋଇଛି । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ହେବ । ଏହାପରେ ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ପରେ ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୧ଟା ଯାଏଁ ଏହି ଦୁର୍ଲଭ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସେପଟେ ଗତ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ପରେ ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ପାଇଁ ସମସ୍ତ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଛି । ସେହିଠାରୁ ଅଳଙ୍କାର ଆଣି ମହାପ୍ରଭୁଙ୍କୁ ସଜେଇ ଦେବେ ସେବାୟତ ।

ଅନ୍ୟପଟରେ ସୁନାବେଶ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିଛି । ଶ୍ରୀକ୍ଷେତ୍ରରେ ୧୦ଲକ୍ଷରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ ସମାଗମ ହେବା ନେଇ ଆକଳନ କରାଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୧୯୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ପ୍ରାୟ ୨ହଜାର ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ରଥ ଚତୁଃପାର୍ଶ୍ବ ଏବଂ ବଡ଼ଦାଣ୍ଡରେ ଗହଳି ନିୟନ୍ତ୍ରଣ ଉପରେ ଅଧିକ ଗୁରୁତ୍ବ ଦିଆଯାଉଥିବା ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ସୂଚନା ଦେଇଛନ୍ତି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ବ୍ୟାରିକେଡ୍‌ କରାଯାଇଛି। ଶ୍ରଦ୍ଧାଳୁମାନେ ବ୍ୟାରିକେଡ୍‌ ଦେଇ ରଥ ସମ୍ମୁଖରେ ପହଞ୍ଚିବେ। ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଅପରପାର୍ଶ୍ବ ଦେଇ ପ୍ରତ୍ୟାବର୍ତ୍ତନ କରିବେ। ଦଳାଚକଟା ପରିସ୍ଥିତି ଏଡ଼ାଇବା ପାଇଁ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ସୁରକ୍ଷା ବଳୟ ସମେତ କୁଇକ୍‌ ରେସପନ୍ସ ଟିମ୍‌ ନିୟୋଜିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ