Masthead

ମହିଳାଙ୍କୁ ମିଳିବ ମାଗଣା ବସ ସେବା, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଏବେ ମାଗଣାରେ ବସରେ ଯିବେ ମହିଳା । କୌଣସି ବି ମୂଲ୍ୟ ଦେବାକୁ ପଡିବ ନାହିଁ । ଦିଲ୍ଲୀ, କର୍ଣ୍ଣାଟକ ଏବଂ ତେଲେଙ୍ଗାନା ପରେ ଏବେ ଆନ୍ଧ୍ରପ୍ରଦେଶରେ ବି ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଗଷ୍ଟ ୧୫ରୁ ମହିଳାଙ୍କ ପାଇଁ ରାଜ୍ୟ ଟ୍ରାନ୍ସପୋର୍ଟର ବସ୍‌ଗୁଡ଼ିକରେ ମାଗଣା ଯାତ୍ରା ଲାଗି ଘୋଷଣା କରିଛନ୍ତି।

ରିପୋର୍ଟ ମୁତାବକ, ଏହି ଯୋଜନା ଆନ୍ଧ୍ରପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ(ଏପିଏସ୍‌ଆର୍‌ଟିସି) ଦ୍ୱାରା ସଂଚାଳିତ ପଲ୍ଲେ ବେଲୁଗୁ ଏବଂ ଏକ୍ସପ୍ରେସ୍‌ ବସ୍‌ରେ ଲାଗୁ ହେବ। ରାଜ୍ୟ ମଧ୍ୟରେ ସମସ୍ତ ଯାତ୍ରା ଲାଗି ଏହି ନିୟମ ରହିବ। ମହିଳାମାନେ ରାଜ୍ୟ ସୀମା ମଧ୍ୟରେ ଏହି ବସ୍‌ ଯୋଗେ ଯାତ୍ରା କରିପାରିବେ। ଏପିଏସ୍‌ଆର୍‌ଟିସି ଅଧିକାରୀମାନେ କର୍ଣ୍ଣାଟକ ଏବଂ ତେଲେଙ୍ଗାନାଠାରୁ ଏହି ଯୋଜନାର କାର୍ୟ୍ୟକାରିଣୀ ସମ୍ପର୍କରେ ରିପୋର୍ଟ ମାଗିଛନ୍ତି। ତେବେ ଏହି ଯୋଜନା କାର୍ୟ୍ୟକାରୀ ହେଲେ ବର୍ଷକୁ ପ୍ରାୟ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ ବୋଲି ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍