Masthead

ମହିଳାଙ୍କୁ ମିଳିବ ମାଗଣା ବସ ସେବା, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଏବେ ମାଗଣାରେ ବସରେ ଯିବେ ମହିଳା । କୌଣସି ବି ମୂଲ୍ୟ ଦେବାକୁ ପଡିବ ନାହିଁ । ଦିଲ୍ଲୀ, କର୍ଣ୍ଣାଟକ ଏବଂ ତେଲେଙ୍ଗାନା ପରେ ଏବେ ଆନ୍ଧ୍ରପ୍ରଦେଶରେ ବି ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଗଷ୍ଟ ୧୫ରୁ ମହିଳାଙ୍କ ପାଇଁ ରାଜ୍ୟ ଟ୍ରାନ୍ସପୋର୍ଟର ବସ୍‌ଗୁଡ଼ିକରେ ମାଗଣା ଯାତ୍ରା ଲାଗି ଘୋଷଣା କରିଛନ୍ତି।

ରିପୋର୍ଟ ମୁତାବକ, ଏହି ଯୋଜନା ଆନ୍ଧ୍ରପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ(ଏପିଏସ୍‌ଆର୍‌ଟିସି) ଦ୍ୱାରା ସଂଚାଳିତ ପଲ୍ଲେ ବେଲୁଗୁ ଏବଂ ଏକ୍ସପ୍ରେସ୍‌ ବସ୍‌ରେ ଲାଗୁ ହେବ। ରାଜ୍ୟ ମଧ୍ୟରେ ସମସ୍ତ ଯାତ୍ରା ଲାଗି ଏହି ନିୟମ ରହିବ। ମହିଳାମାନେ ରାଜ୍ୟ ସୀମା ମଧ୍ୟରେ ଏହି ବସ୍‌ ଯୋଗେ ଯାତ୍ରା କରିପାରିବେ। ଏପିଏସ୍‌ଆର୍‌ଟିସି ଅଧିକାରୀମାନେ କର୍ଣ୍ଣାଟକ ଏବଂ ତେଲେଙ୍ଗାନାଠାରୁ ଏହି ଯୋଜନାର କାର୍ୟ୍ୟକାରିଣୀ ସମ୍ପର୍କରେ ରିପୋର୍ଟ ମାଗିଛନ୍ତି। ତେବେ ଏହି ଯୋଜନା କାର୍ୟ୍ୟକାରୀ ହେଲେ ବର୍ଷକୁ ପ୍ରାୟ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ ବୋଲି ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ