ମଧ୍ୟାହ୍ନ ଭୋଜନ ପରେ ବିଦ୍ୟାଳୟରେ ଝୁଲୁଛି ତାଲା

ବାଲିଗୁଡା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ବାଦୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ବିଦ୍ୟାଳୟରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ବାଦୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୨୯ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଏଥି ନିମନ୍ତେ ପ୍ରଧାନଶିକ୍ଷକ କାହ୍ନୁ ଚରଣ ପଣ୍ଡା ଓ ସହ ଶିକ୍ଷୟିତ୍ରୀ ମାନସୀ ମଲିକ ଶିକ୍ଷା ଦାନ କରୁଛନ୍ତି।

ବିଦ୍ୟାଳୟରେ ଶିକ୍ଷୟିତ୍ରୀ ମାନସୀ ମଲିକ ଅନୁପସ୍ଥିତି ଥିବା ବେଳେ ପ୍ରଧାନଶିକ୍ଷକ କାହ୍ନୁ ଚରଣ ପଣ୍ଡା ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଦେଇ ବିଦ୍ୟାଳୟକୁ ଛୁଟି କରିଦେଇଥିଲେ। ଦୁର୍ଗମ ଅଞ୍ଚଳର ଫାଇଦା ଉଠାଇ ସ୍କୁଲକୁ ଶିକ୍ଷକ ଦ୍ୱୟ ନିୟମିତ ଆସୁ ନାହାନ୍ତି। ପ୍ରତିଦିନ ଭଳି ପିଲାମାନେ ବିଦ୍ୟାଳୟରେ ତାଲା ପକେଇ ଘରକୁ ଫେରୁଥିଲେ। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କୁ ପଚାରିବାରୁ ଏ ବିଷୟ ରେ ମୁଁ କିଛି ଜାଣିନାହିଁ । ସିଆରସିଙ୍କୁ ପଚାରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!