Masthead

ମଧ୍ୟାହ୍ନ ଭୋଜନ ପରେ ବିଦ୍ୟାଳୟରେ ଝୁଲୁଛି ତାଲା

ବାଲିଗୁଡା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ବାଦୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ବିଦ୍ୟାଳୟରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ବାଦୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୨୯ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଏଥି ନିମନ୍ତେ ପ୍ରଧାନଶିକ୍ଷକ କାହ୍ନୁ ଚରଣ ପଣ୍ଡା ଓ ସହ ଶିକ୍ଷୟିତ୍ରୀ ମାନସୀ ମଲିକ ଶିକ୍ଷା ଦାନ କରୁଛନ୍ତି।

ବିଦ୍ୟାଳୟରେ ଶିକ୍ଷୟିତ୍ରୀ ମାନସୀ ମଲିକ ଅନୁପସ୍ଥିତି ଥିବା ବେଳେ ପ୍ରଧାନଶିକ୍ଷକ କାହ୍ନୁ ଚରଣ ପଣ୍ଡା ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଦେଇ ବିଦ୍ୟାଳୟକୁ ଛୁଟି କରିଦେଇଥିଲେ। ଦୁର୍ଗମ ଅଞ୍ଚଳର ଫାଇଦା ଉଠାଇ ସ୍କୁଲକୁ ଶିକ୍ଷକ ଦ୍ୱୟ ନିୟମିତ ଆସୁ ନାହାନ୍ତି। ପ୍ରତିଦିନ ଭଳି ପିଲାମାନେ ବିଦ୍ୟାଳୟରେ ତାଲା ପକେଇ ଘରକୁ ଫେରୁଥିଲେ। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କୁ ପଚାରିବାରୁ ଏ ବିଷୟ ରେ ମୁଁ କିଛି ଜାଣିନାହିଁ । ସିଆରସିଙ୍କୁ ପଚାରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା