Masthead

‘ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ’

ପୁରୀ(ବଡ଼ ଖବର ବ୍ୟୁରୋ): ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ । ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଯେଉଁ ସମୟ ନିର୍ଘଣ୍ଟ ହୋଇଛି, ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ । ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ । କାଲି ରତ୍ନଭଣ୍ଡାର ଖୋଲିବ, ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ । ତେଣୁ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସେପଟେ ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଜିଲ୍ଲା ଓ ପୁଲିସ ପ୍ରଶାସନ ବ୍ୟାପକ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ଜାରି କରିଛି । ଶ୍ରୀଗୁଣ୍ଡିଚା ଓ ବାହୁଡ଼ାରେ ବ୍ୟବସ୍ଥାଠାରୁ ସୁନାବେଶ ସୁରକ୍ଷାରେ ଅଧିକ ପୁଲିସ ମୁତୟନ ହେବେ ବୋଲି ସୂଚନା ଦେଇଛନ୍ତି ଏସ୍ପି ପିନାକ ମିଶ୍ର । ସୁନାବେଶ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ମାର୍କେଟ ଛକଠାରେ ହୋଇଥିବା ଏକପାଖିଆ ବ୍ୟାରିକେଡ ଭିତରେ ପ୍ରବେଶ କରି ସୁନାବେଶ ଦର୍ଶନ କରିବା ସହ ପ୍ରଭୁ ବଳଭଦ୍ରଙ୍କ ରଥ କଡ଼ରେ ପ୍ରସ୍ଥାନ କରିବେ ।

ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ପ୍ରାୟ ୧୫ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ । ମହାପ୍ରଭୁଙ୍କ ସୁନାବେଶ ନୀତିକାନ୍ତି ଯେଭଳି ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପାଦନ ହୋଇପାରିବ ସେନେଇ ସମସ୍ତ ନିଯୋଗ ଓ ବିଶେଷ କରି ଦଇତାପତି ନିଯୋଗ ସହ ଆଲୋଚନା ହୋଇସାରିଛି । ଭକ୍ତମାନେ ତିନି ରଥରେ ଯେଭଳି ମହାପ୍ରଭୁଙ୍କର ସୁନାବେଶ ଭଲଭାବେ ଦର୍ଶନ କରିପାରିବେ ଏବଂ ଠାକୁରଙ୍କ ସମ୍ମୁଖରେ କେହି ସେବାୟତ ଛିଡ଼ା ହୋଇ ରହିବେନାହିଁ ସେଥିନେଇ ମଧ୍ୟ ଆଲାଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ