ନିର୍ଦ୍ଧାରିତ ସମୟରେ ଖୋଲିଲା ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ): ଖୋଲିଲା ଭିତର ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର । ପୂର୍ବ ଥର ପରି ଏଥର ବି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ ହାଇଲେବଲ କମିଟି ଭିତର ରତ୍ନ ଭଣ୍ଡାରକୁ ଯାଇଛନ୍ତି। ଏସ୍‌ଓପି ଅନୁସାରେ ସ୍ଥାନାନ୍ତର ହେବ ରତ୍ନ ଅଳଙ୍କାର । ଭିତର ରତ୍ନଭଣ୍ଡାର ଖୋଲିବାର ପ୍ରକ୍ରିୟା ଆରମ୍ଭ ହୋଇଛି । ଗତ ୧୪ ତାରିଖରେ ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଥିଲା।

ଉକ୍ତ ଦିନ ବାହାର ରତ୍ନ ଭଣ୍ଡାରରେ ଥିବା ସବୁ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାରରେ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁକୁ ସ୍ଥାନାନ୍ତର କରାଯିବ । ଆଜି ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ସ୍ଥିର କରାଯାଇଥିଲା। ତେବେ ୧୧ଜଣିଆ ହାଇଲେବଲ କମିଟି ୯ଟା ୫୧ରେ ରତ୍ନ ଭଣ୍ଡାରରେ ପ୍ରବେଶ କରିଛନ୍ତି। ଏହାପୂର୍ବରୁ ପୂର୍ବାହ୍ନ ୯ଟା ବେଳେ କମିଟି ସଦସ୍ୟମାନେ ରଥ ଉପରେ ଥିବା ମହାପ୍ରଭୁଙ୍କୁ ପ୍ରଣିପାତ କରି ସେମାନେ ମନ୍ଦିର ଭିତରକୁ ପଶିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ