Masthead

ନିର୍ଦ୍ଧାରିତ ସମୟରେ ଖୋଲିଲା ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ): ଖୋଲିଲା ଭିତର ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର । ପୂର୍ବ ଥର ପରି ଏଥର ବି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ ହାଇଲେବଲ କମିଟି ଭିତର ରତ୍ନ ଭଣ୍ଡାରକୁ ଯାଇଛନ୍ତି। ଏସ୍‌ଓପି ଅନୁସାରେ ସ୍ଥାନାନ୍ତର ହେବ ରତ୍ନ ଅଳଙ୍କାର । ଭିତର ରତ୍ନଭଣ୍ଡାର ଖୋଲିବାର ପ୍ରକ୍ରିୟା ଆରମ୍ଭ ହୋଇଛି । ଗତ ୧୪ ତାରିଖରେ ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଥିଲା।

ଉକ୍ତ ଦିନ ବାହାର ରତ୍ନ ଭଣ୍ଡାରରେ ଥିବା ସବୁ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାରରେ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁକୁ ସ୍ଥାନାନ୍ତର କରାଯିବ । ଆଜି ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ସ୍ଥିର କରାଯାଇଥିଲା। ତେବେ ୧୧ଜଣିଆ ହାଇଲେବଲ କମିଟି ୯ଟା ୫୧ରେ ରତ୍ନ ଭଣ୍ଡାରରେ ପ୍ରବେଶ କରିଛନ୍ତି। ଏହାପୂର୍ବରୁ ପୂର୍ବାହ୍ନ ୯ଟା ବେଳେ କମିଟି ସଦସ୍ୟମାନେ ରଥ ଉପରେ ଥିବା ମହାପ୍ରଭୁଙ୍କୁ ପ୍ରଣିପାତ କରି ସେମାନେ ମନ୍ଦିର ଭିତରକୁ ପଶିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା