Masthead

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ପୁରୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ। ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍ । ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣୀ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ ଓ ବିଧାୟକ ସାମିଲ ହେବେ। ସେହିପରି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ