Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଆଣୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଅବପାତ। ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଥିବା ଲଘୁଚାପ ଦକ୍ଷିଣ-ପଶ୍ଚିମକୁ ଢଳି କରି ଅଛି । ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଆଡ଼କୁ ମୁହାଁଇବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କଳାହାଣ୍ଡି, ନବରଙ୍ଗପୁର, କୋରାପୁଟର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ଓ କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇପାରେ । ୭୦ ମିଲିମିଟରରୁ ୨୦୦ ମିମି ଓ ସ୍ଥାନେ ସ୍ଥାନେ ୨୦୦ ମିମିରୁ ଅଧିକ ବର୍ଷା ଆଶଙ୍କା ଅଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ନୂଆପଡ଼ା, ବଲାଙ୍ଗିର, ଜଗତସିଂହପୁର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, କଟକରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୦ ତାରିଖରେ ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବୌଦ୍ଧ, ସୋନପୁର, ନୟାଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୂଆପଡ଼ା, ଦେବଗଡ଼, ବରଗଡ଼, ଯାଜପୁରରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ୨୧ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଜାଗାରେ ଓ ଦକ୍ଷିଣର ଅନେକ ଅଞ୍ଚଳରେ ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳ ବର୍ଷିପାରେ । ୨୨ ତାରିଖରେ ବି ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ କିଛି ଜାଗାରେ ପ୍ରବଳ ବର୍ଷିବା ସମ୍ଭାବନା ଅଛି । ୨୩ ଓ ୨୪ରେ ପ୍ରବଳ ବର୍ଷା ନଥିବା ବେଳେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି