Masthead

ଜୁଲାଇ ୨୨ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି। ଏଣୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆସନ୍ତା ୨୨ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆସନ୍ତା ୨୧ ତାରିଖ ରବିବାର ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ।

ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସେହିଦିନ ୧୧ଟା ବେଳେ ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ହେବ ବୋଲି ଜଣାପଡ଼ିଛି। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାକୁ ଯାଉଛି।ଏହି ଲମ୍ବା ଅଧିବେଶନରେ ଗୃହ କାର୍ୟ୍ୟ ଯେଭଳି ସ୍ୱାଭାବିକ ଭାବେ ଚାଲିପାରିବ, ସେଥିପାଇଁ ବାଚସ୍ପତି ସଭିଙ୍କ ସହଯୋଗ ଲୋଡ଼ିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ