Masthead

୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୫ ଯାଏଁ ରାଜ୍ୟ ବର୍ଷା ସମ୍ଭାବନା । ସକ୍ରିୟ ମୌସୁମୀ ଓ ଅବପାତ ପଭାବରେ ରାଜ୍ୟ ପ୍ରବଳ ବର୍ଷା ସମ୍ଭାବନା । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏଥିସହ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଚିଲିକା ହ୍ରଦ ସଂଲଗ୍ନ ଓଡ଼ିଶା ଉପକୂଳରେ ଥିବା ଅବପାତ ଏବେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ବର୍ଷା ହେବ । ୨୩ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକରେ ସର୍ବାଧିକ ୨୨୧ମିମି ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ୧୯୦ମିମି, ନବରଙ୍ଗପୁରରେ ୭୦.୧, କୋରାପୁଟରେ ୬୭.୪ ମିମି ବର୍ଷା ହୋଇଛି । ଚିତ୍ରକୋଣ୍ଡା, କୋରୁକୁଣ୍ଡା, ଖଇରପୁଟ ଓ କାଲିମେଳା ଭଳି ୪ଟି ବ୍ଲକ୍ରେ ୨୦୦ମିମିରୁ ଅଧିକ ବର୍ଷା ହୋଇଛି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଅନୁସାରେ, ନିର୍ଧୁମ ବର୍ଷା ଢାଳିବା ଯୋଗୁ ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଏକାଧିକ ସ୍ଥାନରେ ରାସ୍ତା ଓ ବ୍ରିଜ୍ ବୁଡ଼ି ଯାଇଛି ।

ପୋଟେରୁ ନଦୀ ଜଳସ୍ତର ବଢ଼ିବା ୪ ଯୋଗୁ ୩୨୬ନଂ ଜାତୀୟ ରାଜପଥ ଜଳମଗ୍ନ ହୋଇଛି । ୨୧ରେ ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୨ ଓ ୨୩ରେ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୨୪ରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ୭୦ରୁ ୧୧୦ମିମି ଯାଏ ବର୍ଷା ହୋଇପାରେ । ଆସନ୍ତା ୨୩ ତାରିଖ ଯାଏ ଉତ୍ତର ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ୨୬ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ କିଛି ସ୍ଥାନରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ