Masthead

ଶେଷ ହେଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ । କିନ୍ତୁ ଦଳରେ ଜଣେ ହେଲେ ବି କଂଗ୍ରେସ ବିଧାୟକଙ୍କୁ ଦେଖିବାକୁ ମିଳିନଥିଲା । ତେବେ ଆସନ୍ତା କାଲି ଆରମ୍ଭ ହେବାକୁ ଥିବା ଅଧିବେଶନରେ କିପରି ଶୃଙ୍ଖଳାର ସହ ଗୃହକାର୍ୟ୍ୟ ପରିଚାଳିତ ହେବ ନେଇ ମୁଖ୍ୟତଃ ବୈଠକରେ ଆଲୋଚନା ହୋଇଥିଲା ।

ବିଧାନସଭା କାର୍ଯ୍ୟକ୍ରମ କିପରି ସୁଚାରୁ ଭାବେ ସମ୍ପାଦନ ହେବ ସେଥିପାଇଁ ସମସ୍ତଙ୍କ ମତାମତକୁ ବିଚାରବିମର୍ଶ କରି ନିଷ୍ପତ୍ତି ନିଆଗଲା । ଆସନ୍ତାକାଲି ସକାଳ ୧୧ରୁ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ ବୋଲି କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଅନ୍ୟପଟେ ଆସନ୍ତା କାଲି ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ଦଳମାନେ ଘେରିବାକୁ ଯୋଜନା କରିଥିବା ସୂଚନା ରହିଛି । ବିରୋଧୀଙ୍କ ପ୍ରଶ୍ନକୁ ସାମ୍ନା କରି କିପରି ଗୃହକୁ ସଠିକ ଭାବେ ପରିଚାଳନା କରାଯିବ ତାହା ବାଚସ୍ପତିଙ୍କ ପାଇଁ ବଡ ଚ୍ୟାଲେଞ୍ଜ ରହିବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା