Masthead

କାଲିଠୁ ବିଧାନସଭା ବଜେଟ୍‌ ଅଧିବେଶନ, ସୁରକ୍ଷାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ବିଧାନସଭା ବଜେଟ୍‌ ଅଧିବେଶନ । ସପ୍ତଦଶ ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ଡିଜିପି । ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ । ଏହା ଛଡ଼ା ୫ ଜଣ ଏଡିସିପି, ୧୧ ଏସିପି, ୧୩ ଇନ୍ସପେକ୍ଟର, ୭୦ ଜଣ ଏସଆଇ ଓ ଏଏସଆଇ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ସାମିଲ ହେବେ । ସିସିକ୍ୟାମେରା ସହ ୫ଟି ଅସ୍ଥାୟୀ କଣ୍ଟ୍ରୋଲ୍ ରୁମ୍ର ବ୍ୟବସ୍ଥା କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା ପରିଚାଳିତ ହେବ । ସୁରକ୍ଷା ବ୍ୟବସ୍ଥାରେ ୨ ସେକ୍ସନ କ୍ୟୁଆରଟି ଟିମ୍, ୨ ୟୁନିଟ୍ ଏସ୍ଟିୟୁ, ଡଗ୍ ସ୍କ୍ୱାଡ୍ ଓ ବମ୍ ସ୍କ୍ୱାଡ୍ ମଧ୍ୟ ସାମିଲ ହେବେ । ସେପଟେ ଡିଜିପି ଅରୁଣ ଷଡ଼ଙ୍ଗୀ ଦିଲ୍ଳୀରେ ଚାଲିଥିବା ମାଓ ମିଟିଂରେ ଯୋଗଦେବାକୁ ଯାଇଛନ୍ତି । ରବିବାର ଫେରିବା ପରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ।

ଅନ୍ୟପକ୍ଷରେ ଦୀର୍ଘ ବର୍ଷ ହେବ ନିଜର ଦାବି ନେଇ ବିଧାନସଭା ସମ୍ମୁଖରେ ଧାରଣା ଦେଉଥିବ ବିଭିନ୍ନ ସଙ୍ଗଠନର ଆଶା ଉଜ୍ଜୀବିତ ହୋଇଛି । ନୂଆ ସରକାର ସେମାନଙ୍କ ଦାବି ଶୁଣି ସମାଧାନ କରିବେ ବୋଲି ଅଶା ରଖିଛନ୍ତି । ପୂର୍ବ ସରକାରରେ ଅଫିସର ରାଜ୍ ଚାଲୁଥିଲା । ନେତାମାନେ କୌଣସି କଥା ଶୁଣୁ ନଥିଲେ । ଏବେ ନେତାମାନେ ଲୋକଙ୍କ ସହ ମିଶୁଛନ୍ତି । ଖୋଦ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି । ସେଥିପାଇଁ ପ୍ରଥମ ପର୍ୟ୍ୟାୟରେ ୧୯ଟି ସଙ୍ଗଠନ ଆନ୍ଦୋଳନ କରିବେ ବୋଲି ପୁଲିସ୍ ଠାରୁ ଅନୁମତି ମାଗିଛନ୍ତି । ସେପଟେ ଟ୍ରାଫିକ କଟକଣା ନେଇ ଏକ ବିଜ୍ଞାପ୍ତି ଜାରି କରାଯାଇଛି । ପ୍ରଥମ ପର୍ୟ୍ୟାୟ ୨୨ ତାରିଖ ଠାରୁ ୩୧ ପର୍ୟ୍ୟନ୍ତ ଏବଂ ଦ୍ୱିତୀୟ ପର୍ୟ୍ୟାୟ ଅଗଷ୍ଟ ୨୦ରୁ ସେପ୍ଟେମ୍ୱର ୧୩ ତାରିଖ ପର୍ୟ୍ୟନ୍ତ ହେବ । ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତାରେ କଟକଣା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି