Masthead

‘୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ । ଅଭିଭାଷଣ ଦେଉଛନ୍ତି ରାଜ୍ୟପାଳ ରଘୁବର ଦାସ । କହିଛନ୍ତି ମୋର ସରକାର ନିରପେକ୍ଷତାର ସହ କାମ କରିବ । ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ । ମୋ ସରକାର ଏକ ବିକଶିତ ଓଡ଼ିଶା ଗଠନ କରିବାକୁ ଚାହୁଁଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ କରିବା ଆମ ଲକ୍ଷ୍ୟ । କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କୁ ଗୁରୁତ୍ବ ଦିଆଯିବ ।

ପ୍ରଯୁକ୍ତି ବିଦ୍ୟା ଜରିଆରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ । ସମୃଦ୍ଧ କୃଷି ନୀତି ପ୍ରଚଳନ କରି କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣିବୁ । ଏହି ନୀତି ଅଧିନରେ ଧାନ କ୍ବିଣ୍ଟାଲ ପିଛା ୩୧ ଶହ ଟଙ୍କା ଦିଆଯିବ । ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ୪୮ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ । କୃଷକଙ୍କ ଆୟ ବୃଦ୍ଧି ମୋ ସରକାରର ମୂଲ ଲକ୍ଷ୍ୟ । ଶୀତଳ ଭଣ୍ଡାର ସୁବିଧା, ପ୍ରକ୍ରିୟାକରଣ ୟୁନିଟ, ଯୋଗାଣ ଶୃଙ୍ଖଳିତ ହେବ । ମଣ୍ଡିରେ ଶସ୍ୟ ଭଣ୍ଡାର, କୃଷକ ବିଶ୍ରାମ ଗୃହ ରହିବ ।

ବଜାର ଜାତୀୟ ଶସ୍ୟ ଉତ୍ପାଦନ, ବ୍ୟବହାର ବୃଦ୍ଧି ପଦକ୍ଷେପ ନେବୁ ।  ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ପ୍ରତିଶ୍ରୁତିବଦ୍ଧ । ଶିକ୍ଷକ ପ୍ରଶିକ୍ଷଣ, ଗ୍ରାମାଞ୍ଚଳରେ ଡିଜିଟାଲ ଭିତ୍ତିଭୂମି ସମ୍ପ୍ରସାରଣ ହେବ ।ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ । ଜିଲ୍ଲା ମେଡିକାଲ୍‌ରେ ପ୍ରସୂତୀ, ଶିଶୁ ରୋଗ ବିଶେଷଜ୍ଞ ନିଶ୍ଚିତ ରହିବେ । ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନାଁ ‘ଆରୋଗ୍ୟ ମନ୍ଦିର’ କରାଯିବ । ପ୍ରତି ସିଏଚ୍‌ସିରେ ଗୋଟିଏ ଭ୍ରାମ୍ୟମାଣ ୟୁନିଟ୍‌ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଜୁରାଟରୁ ଓମାନ ଯାଉଥିବା ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ 🔴 ପୁଅକୁ ଛୁରୀ ଭୁଷି ହତ୍ୟା କଲା ବାପା 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଗୁଜୁରାଟରୁ ଓମାନ ଯାଉଥିବା ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ 🔴 ପୁଅକୁ ଛୁରୀ ଭୁଷି ହତ୍ୟା କଲା ବାପା 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ