Masthead

ରେଡିଓ ଆଉଟରିଚର ପ୍ରଥମ ସ୍ୱନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ସ୍ଥାନୀୟ ଆଦିକବି ଶାରଳା ଦାସ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଯାଇଛି ରାଜ୍ୟର ଅଗ୍ରଣୀ କମ୍ୟୁନିଟି ରେଡ଼ିଓ ଷ୍ଟେସନ ରେଡିଓ ଆଉଟରିଚର ପ୍ରଥମ ସ୍ୱନକ୍ଷତ୍ର ଉତ୍ସବ । ରେଡ଼ିଓ ଆଉଟରିଚର କେନ୍ଦ୍ର ନିର୍ଦ୍ଦେଶକ ସୁବ୍ରତ କୁମାର ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ବିଶିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକ, କମ୍ୟୁନିଟି ରେଡ଼ିଓ ବିଶେଷଜ୍ଞ ନସିମ ଅହମଦ ଶାହ ଆନସାରୀ ଓ ଜଗତସିଂହପୁର ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ ଯୋଗଦେଇଥିଲେ ।

ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର ଏକ ବିପର୍ଯ୍ୟୟ ପ୍ରବଣ ଜିଲ୍ଲା , ଏଣୁ ଏଠାରେ ରେଡିଓ ପ୍ରସାରଣର ବେଶ ଗୁରୁତ୍ବ ରହିଛି । ଏହାଛଡା ସଂସ୍କୃତି ସମ୍ପନ୍ନ ଜଗତସିଂହପୁର ଜିଲ୍ଲାର ସଂସ୍କୃତିର ସଂରକ୍ଷଣ ଓ ପ୍ରଚାର ପ୍ରସାରରେ ରେଡ଼ିଓର ଭୂମିକା ସମ୍ପର୍କରେ ଅତିଥିମାନେ ଆଲୋଚନା କରିଥିଲେ । ଏହି ଅବସରରେ ରେଡିଓ ଆଉଟରିଚ ପ୍ରଥମ ସ୍ୱନକ୍ଷତ୍ର ବିଶେଷାଙ୍କ ‘ପ୍ରତିଧ୍ୱନି’ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା ଓ ଶେଷରେ କବିତା ପାଠ ସହ ରଙ୍ଗାରଙ୍ଗ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ