Masthead

‘ଶସ୍ତା ହେବ ସୁନା ରୂପା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ମୋଦି ସରକାରଙ୍କ ଏହି ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି।

ତେବେ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । କିଛି ନିତ୍ୟଆବଶ୍ୟକ ଜିନିଷ ଶସ୍ତା କରିଛନ୍ତି । ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ ଶସ୍ତା ହେବ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରିଛନ୍ତି ନୀର୍ମଳା । ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ । ଖାଲି ସେତିକି ନୁହେଁ ୩ ପ୍ରକାର କ୍ୟାନ୍‌ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ ।

ଏକ୍ସରେ ଟ୍ୟୁବ୍‌ ଉପରୁ ମଧ୍ୟ ଶୁଳ୍ପ ହ୍ରାସ ନେଇ ଘୋଷଣା । ସବୁଠୁ ବଡ଼ ଜିନିଷ ସୁନା ରୂପାକୁ ନେଇ ଚିନ୍ତିତ ଥିଲେ ଲୋକ । ତେବେ ସୁନା ରୂପା ଓ ପ୍ଲାଟିନମ ମଧ୍ୟ ଶସ୍ତା କରାଯାଇଛି । ସୁନା, ରୂପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ସୁନା ଓ ରୂପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ । ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ।

ତେବେ ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ ।  ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ ନେଇ ଘୋଷଣା କରିଛନ୍ତି ନୀର୍ମଳା  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା