Masthead

ଆଜି ପ୍ରବଳରୁ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା। ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ସେପଟେ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ୪ଦିନ ବର୍ଷା ଜାରି ରହିବ । ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡା, ନୂଆପଡା, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, କଟକ, ପୁରୀ, ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୨୪ ଘଣ୍ଟାରେ ମଧ୍ୟରେ ଅନୁଗୁଳରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିଭଳି ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି