Masthead

ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ଯନ୍ତ୍ରୀ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଲାଞ୍ଚ ନେବା ହେଲା କାଳ । ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ଯନ୍ତ୍ରୀ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଗ୍ରାମ୍ୟ ନିର୍ମାଣ ଉପବିଭାଜନ କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଜିତ୍ ପାଢୀ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡରେ ଧରା ପଡିଛନ୍ତି ଯନ୍ତ୍ରୀ ସୁଜିତ୍ ପାଢୀ । ପାଟଣାଗଡ଼ ଅଫିସ ସହ ତିନୋଟି ଜାଗାରେ ଏକକାଳୀନ ଚଢାଉ ଜାରି ରହିଛି ।

ଅଭିଯୋଗ ଅନୁସାରେ ଠିକାଦାର ଜୟନ୍ତ ମେହେର ସରକାରୀ ପ୍ରକଳ୍ପ କାର୍ଯ୍ୟ ନିର୍ମାଣ କରିଥିଲେ । ଏହି କାର୍ଯ୍ୟ ଦାୟିତ୍ଵରେ ସହକାରୀ ଯନ୍ତ୍ରୀ ସୁଜିତ୍ ପାଢୀ ଦାୟିତ୍ଵରେ ରହିଥିଲେ । ତେବେ ଠିକାଦାରଙ୍କ ଫାଇନାଲ ବିଲ କରାଇବା ପାଇଁ ୧ ଲକ୍ଷ ଟଙ୍କା ଦାବି କରିଥିଲେ । ପ୍ରଥମ କିସ୍ତିରେ ଠିକାଦାର ୫୦ ହଜାର ଟଙ୍କା ଯନ୍ତ୍ରୀଙ୍କୁ ଦେଇଥିଲେ । ହେଲେ ଏହାପରେ ବି ବିଲ କରିନଥିଲେ ସୁଜିତ୍ । ଏବଂ ବାକି ୫୦ ହଜାର ଟଙ୍କା ଦେବା ପରେ ବିଲ କରିବା ପାଇଁ କହିଥିଲେ ।

ତେଣୁ ଶେଷରେ ଏନେଇ ସମ୍ବଲପୁର ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ ଠିକାଦାର । ଆଜି ଯୋଜନା ମୁତାବକ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ୫୦ ହଜାର ଟଙ୍କା ଜବତ କରିବା ସହିତ ପାଟଣାଗଡ଼ କାର୍ଯ୍ୟାଳୟ ସହ ତିନୋଟି ଜାଗାରେ ଭିଜିଲାନ୍ସ ଚଢାଉ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’