ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍ ଟାଣିଲେ ତାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ଗୃହରେ ବିରୋଧୀ ବିଧାୟକମାନେ ହୋ ହଲ୍ଲା କରିଥିଲେ। ଶୂନ୍ୟକାଳରେ ଗୃହରେ ପୋଲାଭରମ ପ୍ରସଙ୍ଗ ଉଠିଥିଲା।ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ପ୍ରକଳ୍ପ ଦ୍ଵାରା ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ବୋଲି ସେ ଅଭିଯୋଗ କରିଥିଲେ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତି କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ ।

ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ବିଧାୟକ ତାରା ବାହିନୀପତି ଟାଣି ଦେଇଥିଲ । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ୍ ଏବଂ ପରେ ୪ଟା ଯାଏଁ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ