Masthead

ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍ ଟାଣିଲେ ତାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ଗୃହରେ ବିରୋଧୀ ବିଧାୟକମାନେ ହୋ ହଲ୍ଲା କରିଥିଲେ। ଶୂନ୍ୟକାଳରେ ଗୃହରେ ପୋଲାଭରମ ପ୍ରସଙ୍ଗ ଉଠିଥିଲା।ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ପ୍ରକଳ୍ପ ଦ୍ଵାରା ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ବୋଲି ସେ ଅଭିଯୋଗ କରିଥିଲେ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତି କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ ।

ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ବିଧାୟକ ତାରା ବାହିନୀପତି ଟାଣି ଦେଇଥିଲ । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ୍ ଏବଂ ପରେ ୪ଟା ଯାଏଁ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା